August 21, 2026
Home » ରାଜ୍ୟରେ ଖୋଲିବ ୬ଟି ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା କୋର୍ଟ

ରାଜ୍ୟରେ ଖୋଲିବ ୬ଟି ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା କୋର୍ଟ

0
WhatsApp Image 2026-07-28 at 9.50.54 AM

 

କଟକ:ଅନୁସୂଚିତ ଜାତି ଓ ଜନଜାତିଙ୍କ ସଶକ୍ତୀକରଣ ନିମନ୍ତେ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ୬ଟି ସ୍ବତନ୍ତ୍ର ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା କୋର୍ଟ ସ୍ଥାପନ କରିଛନ୍ତି। ଏହି କୋର୍ଟଗୁଡ଼ିକରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଉପରେ ହେଉଥିବା ନିର୍ଯାତନା ମାମଲାର ଫୈସଲା କରାଯିବ।ରାଜ୍ୟ ସରକାରଙ୍କ ଗୃହ ବିଭାଗ ଏନେଇ ବିଜ୍ଞପ୍ତି ପ୍ରକାଶ କରିଛି। ରାଜ୍ୟ ଉଚ୍ଚନ୍ୟାୟାଳୟଙ୍କ ପରାମର୍ଶ ଓ ପ୍ରାରମ୍ଭିକ ଅନୁମୋଦନ ପରେ ବିଜ୍ଞପ୍ତି (୧୬୩୯୫/ହୋମ୍‌-ସିଏଚ୍‌ଆର୍‌-ସିଆର୍‌ଟିଏନ୍‌୨-୦୦୦୧-୨୦୧୫/ସିପିଆଣ୍ଡ୍‌ ଏମ୍) ପ୍ରକାଶ ପାଇଥିଲା।

ଏହି ବିଜ୍ଞପ୍ତି ଆଧାରରେ ଗଞ୍ଜାମ (ବ୍ରହ୍ମପୁର), ଖୋର୍ଦ୍ଧା, ପୁରୀ, ଯାଜପୁର, କେନ୍ଦ୍ରପଡ଼ା ଓ ଭଦ୍ରକରେ ‌କୋର୍ଟ ସ୍ଥାପନ କରାଯିବ। ଏହି କୋର୍ଟଗୁଡ଼ିକ ଅନୁସୂଚିତ ଜାତି ଓ ଜନଜାତି (ନିର୍ଯାତନା ନିରାକରଣ) ଆଇନ ୧୯୮୯ର ମାମଲାଗୁଡ଼ିକ ବିଚାର କରିବେ।ଏହି କୋର୍ଟଗୁଡ଼ିକ ଅତିରିକ୍ତ ଜିଲ୍ଳା ଓ ସେସନ୍‌ସ ଜଜ୍‌ ତଥା ସ୍ବତନ୍ତ୍ର କୋର୍ଟ ଭାବେ କାର୍ଯ୍ୟ କରିବ। ଏହାଦ୍ବାରା କୋର୍ଟଗୁଡ଼ିକରେ ଅଟକି ରହିଥିବା ଅନେକ ମାମଲାଗୁଡ଼ିକର ତ୍ବରିତ ବିଚାର ହୋଇପାରିବ।ଏହି ବିଜ୍ଞପ୍ତି ପରେ ୬ଟି ସ୍ବତନ୍ତ୍ର କୋର୍ଟ ନିମନ୍ତେ ଅତିରିକ୍ତ ଜିଲ୍ଲା ଓ ସେସନ୍‌ସ ଜଜ୍‌ଙ୍କୁ ଅଧ୍ୟକ୍ଷ ଅଧିକାରୀ ଭାବେ ଔପଚାରିକ ନିଯୁକ୍ତି ଦେବା ପାଇଁ ଉଚ୍ଚନ୍ୟାୟାଳୟକୁ ରାଜ୍ୟ ସରକାର ଅନୁରୋଧ କରିଛନ୍ତି। ଏହାସହ ଅନ୍ୟ ଜିଲ୍ଲାଗୁଡ଼ିକ ନିମନ୍ତେ ମଧ୍ୟ ଅତିରିକ୍ତ ସ୍ବତନ୍ତ୍ର କୋର୍ଟ ଓ ସ୍ବତନ୍ତ୍ର ସରକାରୀ ଓକିଲଙ୍କ ନିଯୁକ୍ତି ନିମନ୍ତେ ରାଜ୍ୟ ସରକାର ସକ୍ରିୟ ଭାବେ ସ୍ଥିତିର ସମୀକ୍ଷା କରୁଛନ୍ତି ବୋଲି ଆଜି ଗୃହ ବିଭାଗ ପକ୍ଷରୁ ଜାରି ପ୍ରେସ୍‌ ବାର୍ତ୍ତାରେ ସୂଚନା ଦିଆଯାଇଛି।

ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।