May 28, 2026
Home » ରାଜ୍ୟରେ ମହିଳା ହିଂସା ସୀମା ଟପିଛି – ଭକ୍ତ ଚରଣ ଦାସ ବେଟି ପଢ଼ାଓ, ବେଟି ବଚାଓ ସ୍ଲୋଗାନ ଲଜ୍ଜା ଲାଗୁଛି

ରାଜ୍ୟରେ ମହିଳା ହିଂସା ସୀମା ଟପିଛି – ଭକ୍ତ ଚରଣ ଦାସ ବେଟି ପଢ଼ାଓ, ବେଟି ବଚାଓ ସ୍ଲୋଗାନ ଲଜ୍ଜା ଲାଗୁଛି

0
WhatsApp Image 2025-03-01 at 7.25.31 PM (1)

ଭୁବନେଶ୍ବର : ରାଜ୍ୟରେ ମହିଳାମାନଙ୍କ ସୁରକ୍ଷା ବିପଦଜନ୍ନକ ସ୍ଥିତିରେ ରହିଛି । ଗୋଟିକ ପରେ ଗୋଟିଏ ମହିଳା ହିଂସା ଡବଲ ଇଞ୍ଜିନ ସରକାରର ମୁଖା ଖୋଲିଦେଇଛି। ବେଟି ବଚାଓ, ବେଟି ପଢ଼ାଓ ସ୍ଲୋଗାନ ଦେଉଥିବା ଡବଲ ଇଞ୍ଜିନ ସରକାରଙ୍କ ୮ ମାସର ଶାସନକାଳ ଲଜ୍ଜାରେ ଭରି ରହିଛି। ଗତ ୮ ମାସ ଭିତରେ ୫୪ଟି ଗଣବଳାତ୍କାର ଘଟଣା ସରକାରଙ୍କ ଆଇନଶୃଙ୍ଖଳାର ବିଫଳତାକୁ ପଦାରେ ପକାଇଛି । ସୁଭଦ୍ରା ଯୋଜନା ଟଙ୍କା ବାଂଟି ମହିଳାଙ୍କ ମସିହା ପ୍ରଚାର କରୁଥିବା ମୋହନ ସରକାର ନାରୀ ସୁରକ୍ଷା ଦିଗରେ ମୌନ ରହିଛି । ବାଲେଶ୍ୱରର ସୋର, ଢ଼େଙ୍କାନାଳ, ସମ୍ବଲପୁର, ରାଉରକେଲା, ବଲାଙ୍ଗୀରର ଖଇରାପାଲ୍ଲି, କୋରାପୁଟରର ଲକ୍ଷ୍ମୀପୁର, ଭଦ୍ରକର ବେତଡ଼ା, ଦେଓଗଡ଼ ଓ ବରଗଡ଼ରେ ଧନୁଯାତ୍ରା ସମୟରେ ମହିଳାମାନଙ୍କ ପ୍ରତି ଗଣବଳାତ୍କାର ଘଟଣା ରାଜ୍ୟବାସୀଙ୍କ ଭିତରେ ଆଲୋଡନ ସୃଷ୍ଟି କରିଛି। ଯେଉଁ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ, ଛାତ୍ରୀମାନେ କୁଆଁରୀ ମା’ ହେବା ସାମଗ୍ରିକ ପ୍ରଶାସନିକ ବ୍ୟବସ୍ଥାକୁ ଲଜ୍ଜିତ କରିଛି ବୋଲି ପିସିସି ସଭାପତି ଶ୍ରୀ ଭକ୍ତଚରଣ ଦାସ କହିଛନ୍ତି ।

ସ୍କୁଲରେ ନାବାଳିକା ଗର୍ଭବତି ହେବା ଓ ସନ୍ତାନ ପ୍ରସବ କଲାଭଳି ଘଟଣା ମୋହନ ସରକାରଙ୍କ ଶାସନର ବିଫଳତାକୁ ପ୍ରମାଣିତ କରୁଛି। ଚିତ୍ରକୋଣ୍ଡା, ଚମ୍ପୁଆ, ବରି, ଲକ୍ଷ୍ମୀପୁର ଅଂଚଳରେ ଏଭଳି ସାଂଘାତିକ ଘଟଣା ଦୃଷ୍ଟିକୁ ଆସିଛି। ବେଟି ପଢ଼ିବାକୁ ଯାଇ ଏଭଳି ଅମାନୁଷିକ ଭାବେ ନିର୍ଯ୍ୟାତିତ ହେବା ମୋହନ ସରକାରଙ୍କୁ କାଠଗଡ଼ାରେ ଛିଡ଼ା କରିଛି। ଏହା ପ୍ରତିବାଦରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ, ମହିଳା କଂଗ୍ରେସ, ଯୁବ କଂଗ୍ରେସ ଓ ଛାତ୍ର କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଘେରାଉ କରିବାକୁ ଯିବାବେଳେ ପୋଲିସ ସହ ଧସ୍ତାଧ୍ବସ୍ତି ହୋଇଛି। ରାଜ୍ୟରେ ଏଭଳି ବେଭିଚାର ଶାସନ ବିରୁଦ୍ଧରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇ ତାର ପ୍ରତିବାଦ ଜାରି ରଖୁବ। ସାଧାରଣ ଲୋକଙ୍କୁ ସୁରକ୍ଷା ଦେବା ଓ ନ୍ୟାୟ ଦେବାପାଇଁ ଗଣତାନ୍ତ୍ରିକ ଉପାୟରେ କଂଗ୍ରେସ ତାର ଆନ୍ଦୋଳନକୁ ଅଧିକ ତୀବ୍ରତର କରିବବୋଲି ପିସିସି ସଭାପତି ଶ୍ରୀ ଦାସ କହିଛନ୍ତି। ଆନ୍ଦୋଳନକାରୀ କଂଗ୍ରେସର ମହିଳାନେତ୍ରୀ ମାନଙ୍କୁ ପୋଲିସ ଗାଡ଼ିରେ ନେଇ ପରେ ଛାଡ଼ି ଦେଇଥିଲେ ।୨୦୨୩ରେ ରାଜ୍ୟରେ ୨୮୨୬, ୨୦୨୪ ରେ ୩୦୫୪ ବଳାତ୍କାର ମାମଲା ରୁଜୁ ହୋଇଥ‌ିବା ବିଧାନସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଭଳିକି ଅନେକ ନାରୀ ହତ୍ୟା ମାମଲା ସହ ନାବାଳିକା ଦୁଷ୍କର୍ମ, ଯୌତୁକ ନିର୍ଯ୍ୟାତନା, ଯୁବତୀ ଚାଳାଣ, କ୍ୟାନଭୃଣ ହତ୍ୟା ଭଳି ମହିଳାଙ୍କ ପ୍ରତି ଅପରାଧରେ ଓଡ଼ିଶା ଏକ ଅଲୋଡ଼ା ରେକର୍ଡ ସୃଷ୍ଟି କରିଛି । ଏଭଳି ଘଟଣା ପ୍ରତିଦିନ ଘଟୁଥିଲେ ମଧ୍ୟ ରାଜ୍ୟରେ ପୋଲିସ ପ୍ରଶାସନ ସଂପୂର୍ଣ ଶିଳ କାହିଁକି । ଖୋଦ ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ ବିଭାଗ ରହିଛି। ଏସବୁ ସଂଗୀନ ଘଟଣାକୁ ଜାଣିଲାପରେ ପୋଲିସ ପ୍ରଶାସନ ଦୋଷୀଙ୍କ ବିରୁଦ୍ଧରେ ଦୃଷ୍ଟ୍ରାନ୍ତମୁଳକ କାର୍ଯ୍ୟାନୁଷ୍ଠାନ ନେବାସହିତ କୋଠର ଦଣ୍ଡବିଧାନ କରିବା କଥା କିନ୍ତୁ ଦୋଷୀ ବେଫିକର ହୋଇ ରାଜ୍ୟରେ ବୁଲୁଛନ୍ତି । ତେଣୁ ଅପରାଧୂ ଭୟଶୂନ୍ୟ ହୋଇଯାଇଛନ୍ତି । ଏହି ୮ମାସର ଡବଲ ଇଞ୍ଜିନ ସରକାର ସମୟରେ ରାଜ୍ୟର ଅପରାଧ ସଂଖ୍ୟା ଦୃତ ଗତିରେ ବଢ଼ିଚାଲିଛି। ଓଡ଼ିଶା ଏକ ଅପରାଧ ପ୍ରବଣ ରାଜ୍ୟରୂପେ ପରିଗଣତି ହେବାକୁ ବସିଲାଣି । ବେଳ ଥାଉ ଥାଉ ସରକାର ଯଦି କୋଠର କାର୍ଯ୍ୟାନୁଷ୍ଠାନ ନଗ୍ରହଣ କରନ୍ତି ଏବଂ ମହିଳା ମାନଙ୍କର ସୁରକ୍ଷାକୁ ପ୍ରାଥମିକତା ନଦିଅନ୍ତି ତାହାଲେ ରାଜ୍ୟ କଂଗ୍ରେସ ଏ ସରକାରକୁ ଶାନ୍ତିରେ ନିଶ୍ବାସ ମାରିବାକୁ ଦେବ ନାହିଁ ବୋଲି ଶ୍ରୀ ଦାସ କହିଛନ୍ତି । ଆଜିର ଆନ୍ଦୋଳନକୁ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ବଜିତ୍ ଦାଶ, ସାଂସଦ ପ୍ରାର୍ଥୀ ସୟଦ ୟାସିର ନଓ୍ୱାଜ ଓ ଯୁବ କଂଗ୍ରେସ ନେତା ରଞ୍ଜିତ ପାତ୍ର ପରିଚାଳନ କରିଥିଲେ। ଅନ୍ୟମାନଙ୍କ ଭିତରେ ସର୍ବଶ୍ରୀ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ପୂର୍ବତନ ମହିଳା କଂଗ୍ରେସ ସଭାପତି ମିନାକ୍ଷୀ ବାହିନୀପତି, ଜାନକୀବଲ୍ଲଭ ପଟ୍ଟନାୟକ, ମନୋରଞ୍ଜନ ଦାସ, ସୁବ୍ରତ ମହାପାତ୍ର, ସସ୍ମିତା ବେହେରା, ରଜନୀ ମହାନ୍ତି, ଅଶୋକ ଦାସ, ମହମ୍ମଦ ଇମ୍ଦାଦ, ପ୍ରଶାନ୍ତ ଚମ୍ପତି, ଗୀତାଞ୍ଜଳି ମହାନ୍ତି, ମନୋଜ ବିଶ୍ବାଳ, ପ୍ରକାଶ ଜେନା, ଆଶିଷ ମଲ୍ଲିକ, ମନୀଷା ଦାସ ପଟ୍ଟନାୟକ, ଅଜୟ କୁମାର ସାହୁ, ଗୋପନ ମାର୍ଥା, ମିଲନ ପଟ୍ଟନାୟକ, ସୋନାଲି ସାହୁ, ଶ୍ରୀୟା ମହାନ୍ତି, ମିହିର ଆଚାର୍ଯ୍ୟ, ସ୍ନେହାପ୍ରଭା ଜେନା, ପ୍ରଭାତ ପ୍ରତାପ ସିଂ, ସଙ୍କୁନା କଅଁର, ମହମ୍ମଦ ଗୁଲଫାମ୍, ପ୍ରସନ୍ନ ନାୟକ, ସୌମେନ୍ଦ୍ର ମହାନ୍ତି, ସାହାରୁକ୍ ଖାନ୍, ଶ୍ରୀୟାସ୍ମିତା ପଣ୍ଡା, କୁସୁମ ପ୍ରଧାନ, ଜୟଶ୍ରୀ ପାତ୍ର, ଜୟକୃଷ୍ଣ ସୁବୁଦ୍ଧି, ପରଭେଜ ମୁସାରଫ, ଅମରେଶ ପରିଡ଼ା, ସେକ୍ ତାକ୍ସିମ୍, ସୁରଜ ରାଉତ, ମିର୍ଜା ଇସ୍‌ଲାମ୍ ବେଗ୍, ସେକ୍ ନିଆଜୁଲ୍ ଇସ୍‌ଲାମ୍, ଜୟକୃଷ୍ଣ ମଲ୍ଲିଆ, ଦେବରାଜ ମିଶ୍ର, ଦେବୀ ପ୍ରସାଦ ବାହାଲିଆ, ସୁରଭୀ ବିଷୋଇ ଓ କେଦାର ଦଳେଇ ପ୍ରମୁଖ ନେତୃତ୍ବ ନେଇଥିଲେ । ଛାତ୍ର ଓ ଯୁବ କଂଗ୍ରେସର ବହୁ ଯୁବନେତା ଆଜିର ଘେରାଉ କାର୍ଯ୍ୟକ୍ରମରେ ଯୋଗଦେଇ ବିଜେପି ସରକାର ବିରୁଦ୍ଧରେ ସ୍ଲୋଗାନ ଦେଇଥିଲେ ।

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed