February 22, 2026
Home » ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ

0
Republic Day

ଭୁବନେଶ୍ୱର, ଜାନୁଆରୀ ୨୭: ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ସୋମବାର ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସୋଆର କୁଳାଧିପତି ପ୍ରଫେସର (ଡଃ) ଅମିତ ବାନାର୍ଜୀ ଜାତୀୟ ପତାକା ଉଡ଼ାଣ କରିବା ସହ ଏନ୍‌ସିସି କ୍ୟାଡେଟ, ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଏବଂ ବିଶ୍ୱବିଦ୍ୟାଳୟର ବିଭିନ୍ନ ଅନୁଷ୍ଠାନର ଛାତ୍ରଛାତ୍ରୀଙ୍କ ଦ୍ୱାରା ଅନୁଷ୍ଠିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ।ଏହି ଅବସରରେ ପ୍ରଫେସର ବାନାର୍ଜୀ ଉଦ୍‌ବୋଧନ ଦେଇ କହିଥିଲେ ଯେ ସାଧାରଣତନ୍ତ୍ର ଦିବସ ହେଉଛି ଏଭଳି ଏକ ଅବସର ଯେତେବେଳେ ସମ୍ବିଧାନକୁ ସ୍ମରଣ କରାଯାଏ ଏବଂ ଦେଶର ସର୍ବାଙ୍ଗୀନ ଉନ୍ନତି ପାଇଁ ଶପଥ ନିଆଯାଇଥାଏ। ଦେଶ ଗଠନ ପ୍ରକ୍ରିୟାରେ ସୋଆ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଆସୁଛି ବୋଲି ସେ କହିଥିଲେ।ଏହି ଅବସରରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଉପକୁଳପତି ପ୍ରଫେସର ଅନୁପ କୁମାର ସାମନ୍ତରାୟ, ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ବିଭିନ୍ନ ଶିକ୍ଷାନୁଷ୍ଠାନର ଡିନ୍‌, ନିର୍ଦ୍ଦେଶକ ଓ ବରିଷ୍ଠ କର୍ମକର୍ତା ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମରେ ବିଭିନ୍ନ ଅନୁଷ୍ଠାନର ଛାତ୍ରଛାତ୍ରୀମାନେ ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

ଏନ୍‌ସିସିର ସିନିୟର ଅଣ୍ଡର ଅଫିସର ଶ୍ରୀ ଅର୍ମାନ୍ ସାମଲ ଏବଂ ଜୁନିୟର ଅଣ୍ଡର ଅଫିସର ଶ୍ରୀ ସୌମ୍ୟଜିତ ବେହେରା ପ୍ୟାରେଡ ପରିଚାଳନା କରିଥିଲେ।ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପ୍ୟାରେଡ୍‌ରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ୍ ହଜ୍‌ବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌) ଓ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନେ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ହାସଲ କରିଥିଲେ।ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣରେ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଲ’ର ଛାତ୍ରଛାତ୍ରୀ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ସମ୍ ନର୍ସିଂ କଲେଜର ଛାତ୍ରଛାତ୍ରୀଙ୍କୁ ଦ୍ୱିତୀୟ ସ୍ଥାନ ମିଳିଥିଲା।
ପୂର୍ବରୁ ବିଶ୍ୱବିଦ୍ୟାଳୟ କାର୍ଯ୍ୟାଳୟ ପରିସରରେ ସୋଆର କୁଳପତି ପ୍ରଫେସର ନନ୍ଦ ଜାତୀୟ ପତାକା ଉଡ଼ାଣ କରିଥିବା ବେଳେ ଏହି ଅବସରରେ ଆଡିସ୍‌ନାଲ୍ ରେଜିଷ୍ଟ୍ରାର ଡକ୍ଟର ଶଶାଙ୍କ ଶେଖର ମିଶ୍ର, ଜଏଂଟ ରେଜିଷ୍ଟ୍ରାର ଶ୍ରୀ ଭୀଷ୍ମ ଚରଣ ଦାସ ଓ ନିର୍ଦ୍ଦେଶକ (ଲିଗାଲ ସର୍ଭିସେସ୍‌) ଶ୍ରୀ ସଞ୍ଜୟ କୁମାର ସାହୁଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *