May 27, 2026
Home » ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

0
WhatsApp Image 2025-02-11 at 4.58.36 PM

ସୁବର୍ଣ୍ଣପୁର — ସୁବର୍ଣ୍ଣପୁର ଜିଲ୍ଲାରେ ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗ ପକ୍ଷରୁ ଗ୍ରହଣ କରାଯାଉଥିବା ସତର୍କତା ମୂଳକ ପଦକ୍ଷେପ ସଂପର୍କିତ ଏକ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବିଭାଗୀୟ ଅଧିକାରୀମାନେ ସଜାଗ ଓ ତତ୍ପର ରହିବା ସହିତ କ୍ଷେତ୍ର କର୍ମଚାରୀ ଓ ଅଧିକାରୀ ମାନଙ୍କୁ ଏ ସଂପର୍କରେ ସୂଚୀତ କରିବା ପାଇଁ ଜିଲ୍ଲାପାଳ ଶ୍ରୀମତୀ ଦାସ ନିର୍ଦ୍ଦେଶ ଦେବା ସହ ଜିଲ୍ଲାରେ ଅଂଶୁଘାତ ଜନିତ ମୃତ୍ୟୁସଂଖ୍ୟାକୁ ଜିରୋ କରିବା ନିମନ୍ତେ ସମସ୍ତେ ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି । ମୁଖ୍ୟତଃ ଜଳ କ୍ଳିଷ୍ଟ ଅଞ୍ଚଳଗୁଡିକୁ ଚିହ୍ନଟ କରି ପାନୀୟ ଜଳର ସୁବନ୍ଦୋବସ୍ତ କରିବା, ପାନୀୟ ଜଳର ସମସ୍ୟା ସଂପର୍କରେ ଅଭିଯୋଗ ପାଇବା ମାତ୍ରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସମସ୍ୟାର ସମାଧାନ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତୃଣମୂଳ ସ୍ତରରେ ପି ଆର ଆଇ ମେମ୍ବର, ଗ୍ରାମ୍ୟ ସ୍ତରୀୟ ପାନୀୟ ଜଳ ଓ ପରିମଳ ପରିଚାଳନା କମିଟି ସହିତ ବୈଠକ କରି ଆବଶ୍ୟକ ପାନୀୟ ଜଳ ପରିଚାଳନା ଉପରେ ବିଡ଼ିଓ ଏବଂ ଆର ଡବ୍ଲୁ ଏସ ଏସ ଅଧିକାରୀ ପଦକ୍ଷେପ ନେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ୨୪ x ୭ ଘଣ୍ଟା ହିସାବରେ ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହ ପାଇଁ ବିଦ୍ୟୁତ ବିଭାଗ ଯତ୍ନବାନ ହେବା ସହ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ପାନୀୟ ଜଳ ଯୋଗାଣ କେନ୍ଦ୍ରଗୁଡିକୁ ନିରବଚ୍ଛିନ୍ନ ବିଦ୍ୟୁତ ସରୋବରାହ ଚାଲୁ ରଖିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦେଶ ପ୍ରଦାନ କରାଯାଇଛି। ଏତଦ୍‌ ବ୍ୟତୀତ ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ଅଂଶୁଘାତର ମୁକାବିଲା ପାଇଁ ଜିଲ୍ଲାର ପ୍ରତ୍ୟେକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ହସ୍‌ପିଟାଲ୍‌ ଗୁଡ଼ିକରେ ପର୍ଯ୍ଯାପ୍ତ ପରିମାଣର ଔଷଧ ତଥା ଅନ୍ୟାନ୍ୟ ଆନୁସଂଗିକ ବ୍ୟବସ୍ଥା ଗ୍ରହଣ କରିବାକୁ ସିଡ଼ିଏମ୍‌ଓଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସ୍ୱାସ୍ଥ୍ୟ କେନ୍ଦ୍ର ଓ ହସ୍‌ପିଟାଲ୍‌ ଗୁଡ଼ିକରେ ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେବା ସହ ଅଂଶୁଘାତ ଚିକିତ୍ସା ପାଇଁ ସ୍ୱତନ୍ତ୍ର କୋଠରୀ ପ୍ରସ୍ତୁତିକୁ ସୁନିଶ୍ଚିତ କରିବାକୁ ନିର୍ଦେଶ ଦେଇଛନ୍ତି । ଅଂଶୁଘାତ ଜନିତ ତୁରନ୍ତ ପଦକ୍ଷେପ ଓ ସୂଚନା ନିମନ୍ତେ ଜିଲ୍ଲା ଜରୁରୀ ଶାଖା ତରଫରୁ ସର୍ବସାଧାରଣଙ୍କ ନିମନ୍ତେ କଣ୍ଟ୍ରୋଲ ରୁମ (୨୪×୭) ଚାଲୁ କରିବା ଉପରେ ନିର୍ଦେଶ ଦେଇଛନ୍ତି l ଜିଲ୍ଲାର ପ୍ରତ୍ୟେକ ବ୍ଲକ୍‌, ତହସିଲ ଓ ସଂପୃକ୍ତ ଅନ୍ୟାନ୍ୟ କାର୍ଯ୍ୟାଳୟ ଗୁଡ଼ିକରେ ମଧ୍ୟ କଂଟ୍ରୋଲ ରୁମ୍‌ ଖୋଲିବା ନିମନ୍ତେ ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି l ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବୈଠକରେ ବିଭିନ୍ନ ଜରୁରୀ ପ୍ରସଙ୍ଗରେ ଆଲୋଚନା ହୋଇଥିଲା । ଜିଲ୍ଲାରେ ଅଚଳ ହୋଇଥିବା ନଳକୂପ ଗୁଡିକୁ ସଚଳ କରିବା ତଥା ଅନ୍ୟାନ୍ୟ ଜଳ ଉତ୍ସ ଗୁଡ଼ିକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ପାନୀୟ ଜଳ ଯୋଗାଣ ଓ ତତ୍‌ ସଂକ୍ରାନ୍ତୀୟ ସମସ୍ୟା ସଂପର୍କରେ ପଦକ୍ଷେପ ଗ୍ରହଣ କରିବା, ଅଂଶୁଘାତ ଜନିତ ମୃତ୍ୟୁର ଯଥାଶୀଘ୍ର ତଦନ୍ତ କରି ରିପୋର୍ଟ ପ୍ରଦାନ କରିବା, ଜିଲ୍ଲାର ପ୍ରତ୍ୟେକ ପୌରପରିଷଦ, ଏନ୍‌ଏସି, ବ୍ଲକ, ପଞ୍ଚାୟତ ଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଜନଗହଳି ସ୍ଥାନ, ବସ୍‌ଷ୍ଟାଣ୍ଡ ମାନଙ୍କରେ ଜଳ ଛତ୍ର ଖୋଲିବା, ଜଳକ୍ଲିଷ୍ଟ ଅଂଚଳରେ ଟ୍ୟାଙ୍କର ମାଧ୍ୟମରେ ପାନୀୟ ଜଳ ଯୋଗାଇ ଦେବା ଇତ୍ୟାଦି ସଂପର୍କରେ ବୈଠକରେ ଆଲୋଚନା କରାଯାଇ ସମ୍ପୃକ୍ତ ବିଭାଗଗୁଡିକ ଆବଶ୍ୟକ ବ୍ୟବସ୍ଥାକୁ ସୁନିଶ୍ଚିତ କରିବାକୁ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଯାତ୍ରୀବାହୀ ବସ୍‌ ତଥା ଅନ୍ୟାନ୍ୟ ଯାତ୍ରୀବାହୀ ଯାନବାହନ ଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ଓ ଓଆର୍‌ଏସ୍‌ ପ୍ୟାକେଟ୍‌ ରଖିବା ସହ ସମୟ ନିର୍ଘଣ୍ଟ ଜାରି କରିବା ସକାଶେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏତଦ୍‌ ବ୍ୟତୀତ ଶ୍ରମିକ ମାନେ କାର୍ଯ୍ୟ କରୁଥିବା କାର୍ଯ୍ୟସ୍ଥଳୀ ଗୁଡ଼ିକରେ ପର୍ଯ୍ୟାପ୍ତ ପାନୀୟ ଜଳ, ଓଆର୍‌ଏସ୍‌ ପ୍ୟାକେଟ୍‌ ରଖିବା ସହ କାର୍ଯ୍ୟ ସମୟ ନିର୍ଘଣ୍ଟକୁ ଜାରି କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମ ସମୟରେ ଗୋରୁ, ଗାଈ ଇତ୍ୟାଦି ପ୍ରାଣୀ ସଂପଦଙ୍କ ପିଇବା ପାଣିର ବ୍ୟବସ୍ଥା ପାଇଁ ତଥା ଔଷଧ ରଖିବା ନିମନ୍ତେ ବିଡ଼ିଓ ଏବଂ ଜିଲ୍ଲା ପ୍ରାଣୀ ଚିକିତ୍ସାଧିକାରୀ ଙ୍କୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଜିଲ୍ଲା ବନଖଣ୍ଡ ଅଧିକାରୀଙ୍କୁ ବନ୍ୟପ୍ରାଣୀଙ୍କ ସୁରକ୍ଷା ସହ ବନ୍ୟ ସମ୍ପଦର ସୁରକ୍ଷା ପ୍ରତି ଆଗୁଆ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ଓ ଅଂଶୁଘାତ ସତର୍କତା ସଂପର୍କରେ ଜନସାଧାରଣ ଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବା ଉପରେ ବୈଠକରେ ଆଲୋଚନା ହୋଇଥିଲା ଏହି ପରିପ୍ରେକ୍ଷୀରେ ବିଭିନ୍ନ ବିଭାଗ ସେମାନଙ୍କ ବିଭାଗ ସହ ସମ୍ପୃକ୍ତ କାର୍ଯ୍ୟକାରୀ ସଂସ୍ଥା / ବ୍ୟକ୍ତି ବିଶେଷଙ୍କ ସହିତ ଆବଶ୍ୟକ ସଚେତନତା ବୈଠକ କରିବେ। ସେହିପରି ତୃଣମୂଳ ସ୍ତରରେ ବିଡ଼ିଓ /ତହସିଲଦାର ପ୍ରଭୁତି ପିଇଓ, ପିଆରଆଇ ମେମ୍ବର, ବିଭିନ୍ନ ସାମାଜିକ ଅନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ ପ୍ରମୁଖଙ୍କୁ ନେଇ ସଚେତନତା ବୈଠକ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ। ବୈଠକରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ନିଜ ବିଭାଗ ତରଫରୁ ନେବାକୁ ଥିବା ପଦକ୍ଷେପ ଉପରେ ଉପସ୍ଥାପନା କରିଥିଲେ। ଏହି ବୈଠକରେ ସୋନପୁର ଉପଜିଲ୍ଲାପାଳ ଡ଼ଃ ସୌମ୍ୟାରୁପା ରଥ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପଲ୍ଲବୀ ରାଣୀ ରାଜ ସମେତ କାର୍ଯ୍ୟନିର୍ବାହୀ ବିଭାଗର ଅଧିକାରୀ ବୃନ୍ଦ ସହ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ବ୍ଲକର ବିଡ଼ିଓ, ତହସିଲ୍‌ଦାର, ସ୍ବେଛାସେବୀ ସଂଗଠନର କର୍ମକର୍ତ୍ତା ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ ।ଜିଲ୍ଲା ଜରୁରୀ ଶାଖା ଦ୍ୱାରା ଆହୁତ ଏହି ବୈଠକ ଆରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ବୈଠକର ଆଭିମୁଖ୍ୟ ଓ ତାତ୍ପର୍ଯ୍ୟ ଉପରେ ଆଲୋକପାତ କରି ସମସ୍ତ ଙ୍କୁ ବୈଠକରେ ସ୍ୱାଗତ କରିବା ସହ ଶେଷରେ ଧନ୍ୟବାଦ ପ୍ରଦାନ କରିଥିଲେ ।

ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed