February 23, 2026
Home » ସରକାରୀ (ଏସଏସଡି) ବାଳିକା ଉଚ୍ଚ ବିଦ୍ୟାଳୟ ପାଲୁପାଇରେ ବାର୍ଷିକ ଉତ୍ସବ ଅନୁଷ୍ଠିତ।

ସରକାରୀ (ଏସଏସଡି) ବାଳିକା ଉଚ୍ଚ ବିଦ୍ୟାଳୟ ପାଲୁପାଇରେ ବାର୍ଷିକ ଉତ୍ସବ ଅନୁଷ୍ଠିତ।

0
WhatsApp Image 2025-01-30 at 1.42.17 PM

ରାମନାଗୁଡା:-୩୦-୦୧-୨୦୨୫-ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ଅନ୍ତର୍ଗତ ସୁଣ୍ଡିଧାମୁଣି ପଞ୍ଚାୟତ ସ୍ଥିତ ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପାଲୁପାଇ ଠାରେ ବାର୍ଷିକ ମହୋତ୍ସବ ମହାସମାରୋହରେ ଆୟୋଜିତ ହୋଇଥିଲା ।ଏହି ବାର୍ଷିକ ଉତ୍ସବକୁ ନିମନ୍ତ୍ରିତ ହୋଇଥିବା ଅତିଥି ମାନଙ୍କୁ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ପାରମ୍ପରିକ ବାଦ୍ୟଯନ୍ତ୍ର ମାଧ୍ୟମରେ ମଞ୍ଚ ନିକଟକୁ ପାଛୋଟି ନିଆଯାଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସସ୍ମିତା ଦାଶ ସଭାପତିତ୍ୱ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ରୂପେ ସ୍ୱତନ୍ତ୍ର ଅତିଥି ଭାବେ ଗୁଣୁପୁର ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବରେ କଲ୍ୟାଣ ବିଭାଗ ରାୟଗଡା ଜୋନ ଜିଲ୍ଲା ଶିକ୍ଷା ମଣ୍ଡଳାଧୀଷ ଶ୍ୟାମଘନ ଭୂୟାଁ ,ସମ୍ମାନିତ ଅତିଥି ରୂପେ ଗୁଣୁପୁର ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରଦୀପ୍ତ ଦଳେଇ,ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ,ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜନ ମଲ୍ଲିକ , ଜିଲ୍ଲା ପରିଷଦ ସଭ୍ୟ ତାଙ୍ଗୁଡୁ ଶ୍ରୀଧର, ,ସୁଣ୍ଡିଧାମୁଣି ସରପଞ୍ଚ ଭାସ୍କର କାଡ୍ରାକା, ସମିତି ସଭ୍ୟ କମଳ ଲୋଚନ ମୁଟିକା,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅନନ୍ତ କଣ୍ଡାଗରୀ, ପ୍ରମୁଖ ମଞ୍ଚାସୀନ ରହି ଜଗତର ନାଥ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ନିକଟରେ ଅତିଥି ମାନଙ୍କ ଦ୍ୱାରା ଦୀପ ପ୍ରଜ୍ଜ୍ୱଳନ କରାଯାଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ପରେ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇ ନିମନ୍ତ୍ରିତ ଅତିଥି ମାନଙ୍କୁ ବିଦ୍ୟାଳୟ ପକ୍ଷରୁ ଉପଢୌକନ ପ୍ରଦାନ କରାଯାଇଥିଲା।ଏଥିରେ କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଦାଶ ବାର୍ଷିକ ବିବରଣୀ ପାଠ କରିବା ସହ ବିଦ୍ୟାଳୟ ର ଆବଶ୍ୟକତା କୁ ଅତିଥି ଙ୍କ ଗହଣ ରେ ଉପସ୍ଥାପନା କରିଥିଲେ , ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଗୁଣୁପୁର ବିଧାୟକ ଶ୍ରୀ ଗମାଙ୍ଗ ଶିକ୍ଷା ସହ କ୍ରୀଡା କଳା ଆଦି ଆବଶ୍ୟକ ବୋଲି ଉପସ୍ଥିତ ଛାତ୍ରୀ ମାନଙ୍କୁ କହିଥିଲେ।

ସ୍ୱତନ୍ତ୍ର ଅତିଥି ଗୁଣୁପୁର ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଶ୍ରୀ ପ୍ରଧାନ ନିଜ ବକ୍ତବ୍ୟରେ ବିଦ୍ୟାର୍ଥୀ ମାନଙ୍କୁ ଶିକ୍ଷା ହିଁ ଆଗକୁ ବଢ଼ିବାର ଏକମାତ୍ର ମାର୍ଗ ବୋଲି କହିଥିଲେ। ସେହିପରି ମୁଖ୍ୟବକ୍ତା ଜିଲ୍ଲା ଶିକ୍ଷା ମଣ୍ଡଳାଧୀଶ ଶ୍ରୀ ଭୂୟାଁ ଆଜିର ଶିଶୁ ଆସନ୍ତାକାଲିର ନାଗରିକ ,ବିଦ୍ୟାର୍ଥୀ ମାନେ ଶିକ୍ଷା କ୍ଷେତ୍ରରେ ଯେତେ ଆଗକୁ ଯିବେ ଆମ ଦେଶ ମଧ୍ୟ ଆଗକୁ ଉନ୍ନତି ପଥରେ ଆଗେଇବ ବୋଲି ମତ ରଖିଥିଲେ। ସମ୍ମାନୀତ ଅତିଥି ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ମଲ୍ଲିକ ରାୟଗଡା ଜିଲ୍ଲାର ପିଲାମାନେ ପାଠ ସହ ଖେଳକୁଦ ରେ ଜିଲ୍ଲା ସହିତ ରାଜ୍ୟରେ ଭଲ ନାଁ କରିବା ଅଞ୍ଚଳ ସୁନାମ ଅର୍ଜନ କରିଛନ୍ତି ବୋଲି କହିଥିଲେ। କାର୍ଯ୍ୟକ୍ରମରେ ଅତିଥି ମାନଙ୍କ ଦ୍ୱାରା ବିଭିନ୍ନ ଲୋକନୃତ୍ୟ ,ଆଧୁନିକ, ଓଡିଶୀ ନୃତ୍ୟ,ସଙ୍ଗୀତ, ନାଟକ ପରିବେଷଣ ଏବଂ ବିଭିନ୍ନ ପ୍ରକାର କ୍ରୀଡା କ୍ଷେତ୍ରରେ ପାରିଦର୍ଶିତା ଲାଭ କରିଥିବା କୃତି ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର, ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମ ପରିଶେଷରେ ସହକାରୀ ଶିକ୍ଷୟିତ୍ରୀ ସୁଭାସିନୀ ସାମଲ ପ୍ରଧାନ ଶିକ୍ଷୟିତ୍ରୀ ଙ୍କ ଅନୁରୋଧ କ୍ରମେ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ । ମଞ୍ଚ ସଂଯୋଜନା ,ଅତିଥି ପରିଚୟ ପ୍ରଦାନ ଶିକ୍ଷକ ବିମଲ ରାଇକା ସହକାରୀ ଶିକ୍ଷକ ଏମ. କିରଣ କୁମାର, ଶିକ୍ଷୟିତ୍ରୀ ଐଶ୍ଵର୍ଯ୍ୟା ମହାନ୍ତି ପ୍ରମୁଖ ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ ସୁଭାସିନୀ ସାମଲ ,ସୁଜାତା ଉଲ୍ଲାକା ,ସୁରତୀ ପଣ୍ଡା, ଶିକ୍ଷକ ଗୌରୀ ଶଙ୍କର ସାହୁ,ଜନକ କୁମାର ପ୍ରଧାନଙ୍କ ସମେତ ବିଦ୍ୟାଳୟ ସିସିଏ ଏବଂ ଅନ୍ୟାନ୍ୟ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।

ରାମନାଗୁଡାରୁ ନରସିଂହ ପରିଛା ଙ୍କ ରିପୋର୍ଟ ଇପିଏ ଉଇକ୍କି ଖବର।

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।