February 5, 2026
Home » ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଗଣ ଦୌଡ଼ ଅନୁଷ୍ଠିତ

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଗଣ ଦୌଡ଼ ଅନୁଷ୍ଠିତ

0
WhatsApp Image 2025-10-31 at 7.41.43 PM (1)

 

ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ମାଲକାନଗିରି ଠାରେ ଆୟୋଜିତ ହୋଇଯାଇଅଛି ଏକ ଗଣଦୌଡ଼।ଏହି ଅବସରରେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଶ୍ମୀ ରଞ୍ଜନ ସେନାପତି, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଓ ସାଂସଦ ପ୍ରତିନିଧି ସଞ୍ଜୟ ସରକାର ଯୋଗ ଦେଇଥିଲେ।”ଏକ ଭାରତ, ଆତ୍ମନିର୍ଭର ଭାରତ”ର ବାର୍ତ୍ତା ନେଇ ଆୟୋଜିତ ଏହି ଏକତା ଦୌଡ଼କୁ ଅତିଥି ମାନେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହା ସହିତ ସମସ୍ତେ ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ରାଷ୍ଟ୍ର ର ଏକତା, ଅଖଣ୍ଡତା ଏବଂ ସୁରକ୍ଷା କୁ ବଜାୟ ରଖିବା ସହିତ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା କୁ ସୁନିଶ୍ଚିତ କରିବା ନିମନ୍ତେ ନିଜକୁ ସମର୍ପଣ କରିବାକୁ ଶପଥ ପାଠ କରିଥିଲେ।ଏହି ଗଣ ଦୌଡ଼ ଟି ସ୍ପୋର୍ଟସ କମ୍ପ୍ଲେକ୍ସ ଠାରୁ କୋର୍ଟ ଛକ ପର୍ଯ୍ୟନ୍ତ ଆୟୋଜିତ ହୋଇଥିଲା ।ଏଥିରେ ଜିଲ୍ଲା କ୍ରୀଡା ଅଧିକାରୀ ମୁନା ତୁରୁକ୍, ମାଲକାନଗିରି ଆଦର୍ଶ ଥାନାଧିକାରୀ ରିଗାନ୍ କିଣ୍ଡୋ ଓ ପୋଲିସ୍ ଆର୍ ଆଇ ସତ୍ୟପ୍ରିୟ ବିଶ୍ଵାଳ, ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, କ୍ରୀଡ଼ା ବିଭାଗର ଅଧିକାରୀ, ପ୍ରଶିକ୍ଷକ ଓ ସ୍ପୋର୍ଟ୍ସ କମ୍ପ୍ଲେକ୍ସର ସମସ୍ତ କର୍ମଚାରୀ ଅଂଶଗ୍ରହଣ କରିଥିଲେ।
ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ଠାରେ ଆଗାମୀ ପିଢ଼ିକୁ ଏକତା ଓ ଅଖଣ୍ଡତାର ମୂଲ୍ୟବୋଧକୁ ବଜାୟ ରଖିବାକୁ ପ୍ରେରଣା ଦେବା ଲାଗି ଶପଥ ପାଠ କରାଇଛନ୍ତି।

ରିପୋର୍ଟ: ମାଲକାନଗିରି ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *