ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ 77 ତମ ସାଧାରଣତନ୍ତ୍ର ଦିବସ ପାଳିତ
ସୁବର୍ଣ୍ଣପୁର:ସୁବର୍ଣ୍ଣପୁର ରାମେଶ୍ବର ଷ୍ଟାଡିୟମ ଠାରେ 77 ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ l ଜିଲ୍ଲା ପୋଲିସ, ହୋମଗାର୍ଡ, ଏନ.ସି.ସି ଓ ବିଭିନ୍ନ ସ୍କୁଲ କଲେଜର ସ୍କାଉଟ୍ ଆଦି ଦଳ ପ୍ୟାରେଡ ରେ ଭାଗ ନେଇଥିଲେ l ବିଭିନ୍ନ ବିଭାଗର ପ୍ରଜ୍ଞାପନ ମେଢ ମଧ୍ୟ ପ୍ୟାରେଡରେ ଭାଗ ନେଇଥିଲେ । ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରାଯାଇଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
