August 22, 2026
Home » ସୂଚନା ବିଭାଗର ନିକ୍ଷେପକ ଙ୍କୁ ଅବସର ସମ୍ବର୍ଦ୍ଧନା

ସୂଚନା ବିଭାଗର ନିକ୍ଷେପକ ଙ୍କୁ ଅବସର ସମ୍ବର୍ଦ୍ଧନା

0
WhatsApp Image 2026-07-31 at 6.18.04 PM

ପୁରୀ : ସୂଚନା ଓ ଲୋକ ସମ୍ପର୍କ ବିଭାଗ ପୁରୀ ରେ କାର୍ଯ୍ୟରତ ନିକ୍ଷେପକ ବା ପ୍ରୋଜେକ୍ସନିଷ୍ଟ ପ୍ରସନ୍ନ କୁମାର ସାହୁ ଆଜି ସରକାରୀ କାର୍ଯ୍ୟ ରୁ ଅବସର ଗ୍ରହଣ କରିଛନ୍ତି।ଏହି ଅବସରରେ ପୁରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଶ୍ରୀ ସାହୁ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା।ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ପୁଷ୍ପ ଗୁଛ ଓ ଉତ୍ତରୀୟ ଦେଇ ଶ୍ରୀ ସାହୁ ଙ୍କୁ ସମ୍ବର୍ଦ୍ଧିତ କରିବା ସହ ଶ୍ରୀ ସାହୁ ବିଭାଗ ପାଇଁ ଡାକବାଜି ବ୍ୟବସ୍ଥା ମାଧ୍ୟମରେ ଅନେକ କାର୍ଯ୍ୟ କରିଛନ୍ତି ବୋଲି କହିଥିଲେ।ସରକାର ଓ ସରକାରୀ ଯୋଜନା ର ପ୍ରଚାର,ପ୍ରସାର କ୍ଷେତ୍ରରେ ଶ୍ରୀ ସାହୁ ବିଭିନ୍ନ ସ୍ଥାନରେ କାର୍ଯ୍ୟ କରି ସଫଳ ହୋଇଛନ୍ତି ବୋଲି ଶ୍ରୀ ସେଠୀ କହିଥିଲେ।ନିଜ ପ୍ରତିକ୍ରିୟା ରେ ଶ୍ରୀ ସାହୁ ବିଭାଗର କାର୍ଯ୍ୟ କୁ ସେ ନିଷ୍ଠା ଓ ଆନ୍ତରିକ ଭାବେ କରିଛନ୍ତି ଓ ନିଜ କାର୍ଯ୍ୟ ରେ ଆତ୍ମତୃପ୍ତି ପାଇଛନ୍ତି ବୋଲି କହିଥିଲେ।ଏହି ସମ୍ବର୍ଦ୍ଧନା ରେ ଉପଖଣ୍ଡ ସୂଚନା ଅଧିକାରୀ ପ୍ରଦୀପ୍ତ ସେନାପତି, ଗ୍ରନ୍ଥାଗାରିକ ମିନତୀ ଦାସ, ଭଣ୍ଡାର ରକ୍ଷକ ରବୀନ୍ଦ୍ର କୁମାର ଦାସ, ବରିଷ୍ଠ ରାଜସ୍ବ ସହାୟକ ଜିତେନ୍ଦ୍ର କୁମାର ସ୍ବାଇଁ,ପ୍ରାକ୍ତନ କର୍ମଚାରୀ ପ୍ରଦୀପ୍ତ କୁମାର ପଟ୍ଟନାୟକ, କର୍ମଚାରୀ ସୁବ୍ରତ କୁମାର ସାହୁ, ପ୍ରଦୀପ କୁମାର ଲେଙ୍କା,ଲକ୍ଷ୍ମୀଧର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।