January 15, 2025
Home » ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ୫୦ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ୫୦ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

0

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ସମସ୍ତ ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ବିଡିଓ, ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୁବର୍ଣ୍ଣପୁର ସୂରଜ କୁମାର ପଟ୍ଟନାୟକ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ,ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ପଞ୍ଚାୟତ ସମିତି ଅଧ୍ୟକ୍ଷ ସୋନପୁର ପ୍ରହଲ୍ଲାଦ ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା,ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ ଆର ଡି ବି ଏନ କେ ରେଡ୍ଡୀ, ତହସିଲଦାର ସୋନପୁର ସୌମ୍ୟାରୂପା ରଥ, ନିର୍ବାହୀ ଅଧିକାରୀ ପୌରପରିଷଦ ସୋନପୁର ମନୋରଞ୍ଜନ ପଣ୍ଡା, ଡେପୁଟି କଲେକ୍ଟର ( ଗ୍ରୀଭେନସ ) ଶୁଭଶ୍ରୀ ରଥ,ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

ସୁବର୍ଣ୍ଣପୁର ଇପିଏ ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *