ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୬୬ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୫୮ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୦୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୦୬ ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିର ରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଂଜୀବ କୁମାର ସାହୁଙ୍କ ତତ୍ୱାବଧାନରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଉପ – ଜିଲ୍ଲାପାଳ, ସୋନପୁର, ଡ. ସୌମ୍ୟାରୂପା ରଥଙ୍କ ସମେତ ତହସିଲଦାର, ସୋନପୁର ରଶ୍ମିରେଖା ଜି ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁବର୍ଣ୍ଣପୁର ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ନିର୍ଦ୍ଦେଶ ଦେଇଥିଲେ ଯେ ଆଗାମୀ ଅଭିଯୋଗ ଶୁଣାଣି ଶିବିର ମାନଙ୍କରେ ଦୁଇଗୋଟି ଚଉକି ଅଭିଯୋଗକାରୀ ଓ ଅଭିଯୋଗକାରିଣୀ ମାନଙ୍କ ବସିବା ପାଇଁ ସାମନାରେ ରଖିବେ, ଫଳରେ ସେମାନେ ବସି କି ସେମାନଙ୍କର ଅଭିଯୋଗ କହିବେ ଓ ଦାଖଲ କରି ପାରିବେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..
