ସ୍ମାର୍ଟ ମିଟର ବାଧ୍ୟତାମୂଳକ , ଯାହାର ଅଭିଯୋଗ ଅଛି ସେମାନେ ଲିଖିତ ଭାବେ ଜଣାନ୍ତୁ : ଶକ୍ତି ମନ୍ତ୍ରୀ

ଏଣିକି ସ୍ମାର୍ଟ ମିଟର ହେବ ବାଧ୍ୟତାମୂଳକ । ସ୍ମାର୍ଟ ମିଟରରେ ଅଧିକ ବିଲ୍ ଆସୁଥିବା ଅଭିଯୋଗ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କେଭି ସିଙ୍ଗଦେଓ । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଟେକ୍ନୋଲଜି ସହ ଯୋଡିହେବାକୁ ହେଲେ ସ୍ମାର୍ଟ ମିଟର ଲଗାଇବାକୁ ହିଁ ପଡିବ । ଏହା ଭାରତ ସରକାରଙ୍କ ଗାଇଡଲାଇନରେ ଅଛି ।ସ୍ମାର୍ଟ ମିଟର ନେଇ ଯାହାର ଅଭିଯୋଗ ଅଛି ସେମାନେ ଲିଖିତ ଭାବେ ଜଣାନ୍ତୁ ବୋଲି କହିଛନ୍ତି କେ.ଭି ସିଂଦେଓ । ସାଧାରଣ ମିଟର ନେଇ ଟେଷ୍ଟ କରି ଦେଖାଇ ଦିଆଯିବ । ଏବେ ଯାଏଁ ଲୋକଙ୍କର ସୁଇଚ ବନ୍ଦ କରିବାର ଅଭ୍ୟାସ ଯାଇନି । ତେଣୁ ଆବଶ୍ୟକ ନଥିଲେ ଲୋକେ ସୁଇଚ ବନ୍ଦ କରନ୍ତୁ । ସ୍ମାର୍ଟ ମିଟରରେ ଅଧିକ ବିଲ୍ ଉଠୁନି । ତେଣୁ ସ୍ମାର୍ଟ ମିଟର ଲାଗିବା ବାଧ୍ୟତାମୂଳକ ବୋଲି କହିଛନ୍ତି ଶକ୍ତି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ ।
ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )