July 7, 2025
Home » ସ୍ଵାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ମାନଙ୍କ ଆନ୍ଦୋଳନ ନେ଼ଇ ସାମ୍ୱାଦିକ ସମ୍ମିଳନୀ।

ସ୍ଵାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ମାନଙ୍କ ଆନ୍ଦୋଳନ ନେ଼ଇ ସାମ୍ୱାଦିକ ସମ୍ମିଳନୀ।

0
WhatsApp Image 2025-03-03 at 6.35.12 PM

କଳାହାଣ୍ଡି ଜିଲ୍ଲାର ୧୩ଗୋଟି ବ୍ଲକ୍ ରେ ୨୬ ଜଣ ସ୍ଵାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ମାନଙ୍କ ଆନ୍ଦୋଳନ ପାଇଁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ପ୍ରକାଶ କରିଛନ୍ତି। ଜନ ସ୍ଵାସ୍ଥ୍ୟ ପରିଚାଳନା ପଦବୀ ସୃଷ୍ଟି ଓ ଚାକିରୀ ସ୍ଥାୟୀ କରଣ ଦାବୀ ନେଇ ସେମାନେ ଆଜି ଆନ୍ଦୋଳନକୁ ଓହ୍ଲାଇଥିବା ସାମ୍ୱାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଆଜିଠାରୁ କଳାହାଣ୍ଡି ଜିଲ୍ଲାର ୨୬ଜଣ ସ୍ଵାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ଆନ୍ଦୋଳନ ଆରମ୍ଭ କରିଛନ୍ତି।ସରକାର ତାଙ୍କର ଦାବୀ ପୂରଣ ନ କରିବା ଯାଏଁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସଂଘ ର କର୍ମକର୍ତ୍ତା ସାମ୍ୱାଦିକ ସମ୍ମିଳନୀରେ ରେ ପ୍ରକାଶ କରିଛନ୍ତି । ସ୍ଵାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ
ସଂଘର ଜିଲ୍ଲା ସଭାପତି ଭବାନି ଶଙ୍କର ସିଂ, ସମ୍ପାଦକ ଜ୍ଞାନେନ୍ଦ୍ର ଭୋଇ, ପ୍ରିୟ ରଞ୍ଜନ ପଣ୍ଡା, ଅମୂଲ୍ୟ ନାୟକ ପ୍ରମୁଖ କର୍ମକର୍ତ୍ତା ଙ୍କ ସମେତ ଜିଲ୍ଲାର ବିଭିନ୍ନ ବ୍ଳକର କର୍ମଚାରୀ ମାନେ ଯୋଗ ଏଥିରେ ଦେଇଥିଲେ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Leave a Reply

Your email address will not be published. Required fields are marked *