August 20, 2026
Home » ସ୍ୱାଭିମାନୀ ଯୁବନେତା ସ୍ୱର୍ଗତଃ ପ୍ରଶାନ୍ତ ମହାପାତ୍ରଙ୍କ ୬୫ତମ ଜନ୍ମତିଥିରେ ମାଗଣା ସ୍ୱାସ୍ଥ୍ୟସେବା ଶିବିର

ସ୍ୱାଭିମାନୀ ଯୁବନେତା ସ୍ୱର୍ଗତଃ ପ୍ରଶାନ୍ତ ମହାପାତ୍ରଙ୍କ ୬୫ତମ ଜନ୍ମତିଥିରେ ମାଗଣା ସ୍ୱାସ୍ଥ୍ୟସେବା ଶିବିର

0
WhatsApp Image 2026-08-20 at 5.32.09 PM

୬୫ତମ ଜନ୍ମଦିନ ଅବସରରେ ପୁରୁଣା ଭୁବନେଶ୍ୱର ହାଟସାହି କାର୍ଯ୍ୟାଳୟରେ ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବାଜୀ ହସ୍ପିଟାଲ ସହଯୋଗରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ଔଷଧ ବିତରଣ କରାଯାଇଥିଲା।

ପ୍ରଶାନ୍ତ ମହାପାତ୍ର ସ୍ମୁତି କମିଟିର ସମ୍ପାଦକ ଶ୍ରୀହର୍ଷ ହୋତା, କ୍ଷେତ୍ରବାସୀ ନିଯୋଗର ସଭାପତି ଶ୍ରୀଯୁକ୍ତ ସରୋଜ ମିଶ୍ର, ଦୁରଦର୍ଶୀ ପତ୍ରିକାର ସମ୍ପାଦକ ଦୁର୍ଗା ସାମନ୍ତରାୟ, ସଭ୍ୟ ଗୋପାଳ ମକଦମ, ରୀନା ସାହୁ, କ୍ଷୀରୋଦ ବେହେରା, ସତ୍ୟ ଶିବ ସୁନ୍ଦରର ପ୍ରତିକାର ପ୍ରକାଶକ ଇଂ ଜିତେନ୍ ବାବୁ, ଇଂ ମନୋରଂଜନ ମିଶ୍ର, ଆର୍ଶିବାଦ କେୟାର ୟୁନିଟର ସ୍ୱଦେଶ ରଂଜନ ସିଂ, ସାମ୍ବାଦିକ ଭରତ ବେହେରା, ହର ପ୍ରସାଦ ଦାସ, ମଧୁସୂଦନ ସାହୁ ଯୋଗ ଦେଇଥିଲେ। ପୁତ୍ର ଆଶିର୍ବାଦ ମହାପାତ୍ର ଉପସ୍ଥିତ ଥିଲେ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed