August 22, 2026
Home » ୪୬ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ମାନିତ

୪୬ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ମାନିତ

0
WhatsApp Image 2026-01-12 at 6.00.20 PM

କଟକସ୍ଥିତ ଆର.କେ. ପାଢୀ ମେମୋରିଆଲ ହଲ୍‌ରେ ଆୟୋଜିତ ଏକ ସ୍ଵତନ୍ତ୍ର ସମାରୋହରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ୪୬ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ ପ୍ରଦାନ କରି ସମ୍ମାନିତ କରିଛନ୍ତି।ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସେବା, କର୍ତ୍ତବ୍ୟନିଷ୍ଠା ଓ ଉତ୍କୃଷ୍ଟ କାର୍ଯ୍ୟଦକ୍ଷତା ନିମନ୍ତେ ଡିଜିପି ଶ୍ରୀ ଖୁରାନିଆ ଅନୁଷ୍ଠାନିକ ଭାବେ ପଦକ ଓ ମାନପତ୍ର ପ୍ରଦାନ କରିଥିଲେ।

ପଦକ ପ୍ରାପ୍ତମାନଙ୍କ ମଧ୍ୟରେ ଆଇଜି (କେନ୍ଦ୍ରାଞ୍ଚଳ) ଡ. ସତ୍ୟଜିତ ନାଏକ, ରାୟଗଡା ଏସପି ସ୍ଵସ୍ତି ଏସ. କୁମାର, କଳାହାଣ୍ଡି ଏସପି ଶ୍ରୀ ନାଗରାଜ ଦେବରକୋଣ୍ଡା, ଝାରସୁଗୁଡା ଏସପି ଶ୍ରୀ ଗୁଣ୍ଡଲା ରେଡ୍ଡୀ ରାଘବେନ୍ଦ୍ର, କନ୍ଧମାଳ ଏସପି ଶ୍ରୀ ହରିଶ ବି.ସି., ଗଜପତି ଏସପି ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା, କମାଣ୍ଡାଣ୍ଟ ଶ୍ରୀ ପ୍ରଫୁଲ କୁମାର ସିଂହଙ୍କ ସହିତ ୩ ଜଣ ଅତିରିକ୍ତ ଏସପି, ୫ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୭ ଜଣ ସବ୍‌-ଇନ୍ସପେକ୍ଟର, ୫ ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର, ୫ ଜଣ ହାବିଲଦାର ଓ ୯ ଜଣ କନଷ୍ଟେବଳ/ଓଏପିଏଫ/ସିପାହୀ ଅନ୍ତର୍ଭୁକ୍ତ ଥିଲେ।

ଏହି ଅବସରରେ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମବ୍ରାଞ୍ଚ) ଶ୍ରୀ ବିନୟତୋଷ ମିଶ୍ର, ନିର୍ଦ୍ଦେଶକ (ଗୁଇନ୍ଦା) ଶ୍ରୀ ଆର.ପି. କୋଚେଙ୍କ ସମେତ ଅନେକ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ପ୍ରତୀକ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଥିଲା।

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।